Breaking PLUSଦେଶମୁଖ୍ୟ ଖବର

ଅଶୋଧିତ ତୈଳ ବ୍ୟାରେଲ ପିଛା 90ଡଲାର

ନୂଆଦିଲ୍ଲୀ, 10 ଏପ୍ରିଲ – ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପରିବର୍ତ୍ତିତ ହେବାରେ ଲାଗିଛି। ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 90 ଡଲାର ହୋଇଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ 86 ଡଲାର ରହିଛି । ତେବେ ସାର୍ବଜନୀନ କ୍ଷେତ୍ରରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ 94.72ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 104.21ଟଙ୍କା ଥିବା ବେଳେ ଡିଜେଲ 92.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 103.94 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 90.76 ଟଙ୍କା, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 100.75ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.34ଟଙ୍କା ରହିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button