Breaking PLUSଓଡ଼ିଶାମୁଖ୍ୟ ଖବର

କରୋନାରେ ଆକ୍ରାନ୍ତ ହୋଇଛନ୍ତି ପଦ୍ମଶ୍ରୀ ନନ୍ଦ ସାର

ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏନେଇ ତାଙ୍କୁ କଳିଙ୍ଗନଗର ସ୍ଥିତ ଟାଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ଜଣାପଡ଼ିଛି ।

ଗତକାଲି ନନ୍ଦ ସାର ଅସୁସ୍ଥ ଅନୁଭବ କରିଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ତା’ପରେ ଗତକାଲି ରାତିିରେ ତାଙ୍କୁ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସୂଚନାଯୋଗ୍ୟ, ନଭେମ୍ବର ୯ତାରିଖରେ ନନ୍ଦ ସାର ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।

Show More

Related Articles

Back to top button