Breaking PLUSଦେଶମୁଖ୍ୟ ଖବର

ସୁରତରେ ଓମିକ୍ରନର ପ୍ରଥମ ମାମଲା ଚିହ୍ନଟ

ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ସୁରତରେ ଚିହ୍ନଟ ହୋଇଛନ୍ତି  ପ୍ରଥମ ଓମିକ୍ରନ ସଂକ୍ରମିତ । ସଂକ୍ରମିତ ଜଣକ କିଛିଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ୪୨ବର୍ଷର ବ୍ୟକ୍ତି ଓମିକ୍ରନ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଏହାକୁ ମିଶାଇ ଦେଶରେ ମୋଟ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଜିନୋମ ସିକ୍ୱେନ୍ସିଂ ପରେ ଏହା ସ୍ପଷ୍ଟ ହୋଇଥିଲା ।

 

ସଂକ୍ରମିତ ଜଣକ ନିଜ ବ୍ୟବସାୟ ପାଇଁ ଦକ୍ଷିଣ ଆଫ୍ରିକାରେ ବହୁଦିନ ରହିଥିଲେ । ଦକ୍ଷିଣ ଆଫ୍ରିକାରୁ ଭାୟା କେନିଆ ଓ ଆବୁ ଧାବି ହୋଇ ଦିଲ୍ଲୀରେ ପହଞ୍ଚିଥିଲେ । ଡ଼ିସେମ୍ବର ତିନି ତାରିଖରେ ପହଞ୍ଚିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା । ଡ଼ିସେମ୍ବର ୪ତାରିଖରେ ପୁଣି ଟେଷ୍ଟ କରିବାରୁ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା । ହେଲେ ୮ତାରିଖରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତାଙ୍କ ନମୂନା ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । ଏହା ପରେ ସେ ଓମିକ୍ରନ ସଂକ୍ରମିତ ବୋଲି ଜଣାପଡ଼ିଥିଲା । ତେବେ ଏହାକୁ ମିଶାଇ ଗୁଜୁରାଟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।

Show More

Related Articles

Back to top button