ଓଡ଼ିଶାମୁଖ୍ୟ ଖବର

ମଙ୍ଗଳ ଓ ବୁଧବାର ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭିଜିବ ୧୨ ଜିଲ୍ଲା

ମଙ୍ଗଳବାର ଓ ବୁଧବାର ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିଭଳି ୬ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Show More

Related Articles

Back to top button