ଓଡ଼ିଶା

ଉପରମୁଣ୍ଡରେ ଲାଗି ରହିଛି ବର୍ଷା, ହୀରାକୁଦରୁ ମୋଟ ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ଉପରମୁଣ୍ଡରେ ଲଗାଣ ବର୍ଷା । ଯାହାଫଳରେ ହୀରାକୁଦରେ ଏବେ ଜଳସ୍ତର ବଢିବାର ଲାଗିଛି । ତେବେ ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ୨୪ଟି ଗେଟ୍‌ ଜଳ ନିଷ୍କାସନ ଜାରି ରହିଛି ।

ଜଳଭଣ୍ଡାରର ବାମ ପାର୍ଶ୍ବରେ ୧୬ ଏବଂ ଡାହାଣ ପାର୍ଶ୍ବରେ ୮ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି । ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ୨୪ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୩୫ ହଜାର ୭୯୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୪ ଲକ୍ଷ ୨୩ ହଜାର ୦୮୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।

ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ୬୨୮.୩୯ ଫୁଟ ଜଳସ୍ତର ରହିଛି ।

Show More

Related Articles

Back to top button