Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ବୁଧବାରଠାରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ମାର୍ଚ୍ଚ ପ୍ରଥମ ସପ୍ତାହରେ ଜାରି ରହିବ ବର୍ଷା

ବୁଧବାର ଅପରାହ୍ଣରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉଭୟ ବଙ୍ଗୋପ ସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ । ଯେଉଁ କାରଣରୁ ଏଭଳି ପାଣିପାଗ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

ଏହା ଦ୍ୱାରା ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଏଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ବର୍ଷା ଜାରି ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button