Breaking PLUSଓଡ଼ିଶାମୁଖ୍ୟ ଖବରଶିକ୍ଷା

୫ଟି ଜିଲ୍ଲାର ୧୪୮ଟି ସ୍କୁଲ ହେଲା ସ୍ମାର୍ଟ

୫ଟି ଜିଲ୍ଲାର ୧୪୮ଟି ସ୍କୁଲ ହେଲା ସ୍ମାର୍ଟ

 ୫-ଟି School Transformation କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି।

ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ । ଜୀବନରେ ସଫଳତା ପାଇଁ ସ୍କୁଲରୁ ହିଁ ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

 

Show More

Related Articles

Back to top button