Breaking PLUSଓଡ଼ିଶାମୁଖ୍ୟ ଖବର

ଓଡିଶା: ଆଉ ଜଣେ କରୋନା ଆକ୍ରାନ୍ତଙ୍କଠାରେ ଚିହ୍ନଟ ହେଲା ଓମିକ୍ରନ୍

ୟୁଏଇ ଫେରନ୍ତା ସଂକ୍ରମିତ ଜଣଙ୍କ କେନ୍ଦୁଝରର

ରାଜ୍ୟରେ ଚିହ୍ନଟ ହେଲେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ । ଏନେଇ ଆଇଏଲଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ କରୋନାର ଓମିକ୍ରନ୍ ଭାରିଆଣ୍ଟ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଚିହ୍ନଟ ଓମିକ୍ରନ୍ ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ଜଣାପଡିଛି । ତାଙ୍କ ଘର କେନ୍ଦୁଝର ଜିଲ୍ଲାରେ ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ ଯାଏଁ ୯ଜଣ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି । ପୂର୍ବରୁ ୮ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଓମିକ୍ରନ୍‌ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ଚିହ୍ନଟ ହୋଇଥିଲେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ । ଜଣେ ଆକ୍ରାନ୍ତ ନାଇଜେରିଆରୁ ଆସିଥିବା ବେଳେ ଆଉ ଜଣେ କତାରୁ ଆସିଥିଲେ । ପରେ ୨୩ ତାରିଖରେ ଆଉ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ୨୩ରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ଭଉଣୀ ନାଇଜେରିଆରୁ ଫେରିଥିଲେ । ଏହାପରେ ସେମାନଙ୍କ ଟେଷ୍ଟ କରାଯାଇଥିଲା । ସେଥିରେ ସେ କରୋନାର ଓମିକ୍ରନ୍‌ ଭାରିଆଣ୍ଟରେ ସଂକ୍ରମିତ ଥିବା ଜଣାପଡିଥିଲା । ଏହାପରେ ତୁରନ୍ତ ତାଙ୍କ ବାପା-ମାଆ ଓ ଡ୍ରାଇଭରଙ୍କର ଟେଷ୍ଟ ହୋଇଥିଲା । ଏଥିରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା । ୨୬ ତାରିଖରେ ଆଉ ୪ ଜଣ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ତେବେ ଆଜି ଆଉ ଜଣେ ଓମିକ୍ରନ୍ ଭାରିଆଣ୍ଟ ଦ୍ବାରା ଆକ୍ରାନ୍ତ ହେବା ପରେ ମୋଟ୍ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ଯାହାକି ଏକ ଚିନ୍ତାର ବିଷୟ ପାଲଟିଲାଣି । ଆଗାମୀ ଦିନରେ ନୂତନ ବର୍ଷ ଆସୁଥିବାରୁ ବିଭିନ୍ନ ସ୍ଥାନରେ ଲୋକଙ୍କ ଭିଡ ଜମିବାର ରହିଛି । ଏଠାରୁ ମଧ୍ୟ ସଂକ୍ରମଣ ବଢିପାରେ ବୋଲି ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି ।

Show More

Related Articles

Back to top button