ଓଡ଼ିଶାବ୍ୟକ୍ତିତ୍ୱମୁଖ୍ୟ ଖବର

ପଦ୍ମଶ୍ରୀ ନନ୍ଦ ସାର୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତ କାଲି ବିଳମ୍ବିତ ରାତି ୪ଟାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିବା ଟାଟା ମେଡିକାଲ ମୁଖ୍ୟ ଚିକିତ୍ସାଧିକାରୀ ସୁଧାଂଶୁ ଶେଖର ସୁତାର ସୂଚନା ଦେଇଛନ୍ତି । ଟାଟା ମେଡିକାଲ କର୍ତ୍ତୃପକ୍ଷ କଟକ ଏସସିବି ମେଡିକାଲର ବିଶେଷଜ୍ଞମାନଙ୍କ ସହିତ ଯୋଗାଯୋଗରେ ଅଛନ୍ତି । ଏପଟେ ନନ୍ଦସାରଙ୍କ ପରିବାର ଲୋକଙ୍କୁ ମଧ୍ୟ ଏ ସମ୍ପର୍କରେ ଅବଗତ କରାଯାଇଛି ।

ସୂଚନାଯୋଗ୍ୟ, ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ଗତ ୨୯ ତାରିଖରେ ତାଙ୍କୁ ସୁକିନ୍ଦା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଏଠାରେ ଅବସ୍ଥା ଆହୁରି ଖରାପ ହେବାରୁ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଙ୍କୁ ନିଆଯାଇଥିଲା । ଗତ ୩୦ ତାରିଖରେ ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ କଳିଙ୍ଗନଗର ସ୍ଥିତ ଟାଟା କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେବେଠାରୁ ଟାଟା ମେଡିକାରେ ରହି ସେ ଚିକିତ୍ସତ ହେଉଥିଲେ ।

Show More

Related Articles

Back to top button