Breaking PLUSଓଡ଼ିଶାମୁଖ୍ୟ ଖବର

ବିଶିଷ୍ଟ ପରିବେଶବିତ୍ ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ

ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ୨୦୨୦ରେ ରାଧାମୋହନ ଓ ତାଙ୍କ ଝିଅ ସାବରମତିଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା।

ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତ୍ତନ ଆଣିଥିଲେ ରାଧାମୋହନ। ଜୈବିକ କୃଷି ସହିତ ସେ ପରିବେଶର ସୁରକ୍ଷା ନେଇ ଲୋକଙ୍କୁ ସଚେତନ କରୁଥିଲେ। ପୂର୍ବରୁ ସେ ଓଡ଼ିଶାର ସୂଚନା କମିସନର ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଏଥିସହ ସେ ପୁରୀ ଏସସିଏସ କଲେଜରେ ମଧ୍ୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିଲେ।

ରାଧାମୋହନଙ୍କ ବିୟୋଗ ଖବରପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ସେପଟେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଧାମୋହନଙ୍କ ବିୟୋଗ ଓଡ଼ିଶାର ଜୈବିକ କୃଷିକ୍ଷେତ୍ରରେ ଅପୁରଣୀୟ କ୍ଷତି। ସେ ଜଣେ ବିଶିଷ୍ଟ ଗାନ୍ଧୀବାଦୀ ନେତା, ସମାଜସେବୀ, ସ୍ତମ୍ବକାର ଓ ବୈପ୍ଳବିକ ଚାଷି ଥିଲେ।

Show More

Related Articles

Back to top button