ମୁଖ୍ୟ ଖବରରାଜନୀତି

ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ !

ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ! ଏନେଇ ପ୍ରସ୍ତୁତ ହେଉଛନ୍ତି ସରକାର । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଥିବା ସଂରକ୍ଷଣ ପ୍ରକ୍ରିୟାରୁ ଏଭଳି ସଂକେତ ମିଳୁଛି । ଆଗାମୀ ୮ ତାରିଖରେ ୱାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ ଓ ଅଧ୍ୟକ୍ଷ ପଦବୀ ପାଇଁ ପ୍ରାଥମିକ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୨୬ରେ ଜାରି ହେବ ଚୂଡାନ୍ତ ତାଲିକା ।

ଜିଲ୍ଲା ପରିଷଦ ପଦବୀ ପାଇଁ ମଧ୍ୟ ୮ ତାରିଖରେ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇ, ୩୦ ତାରିଖରେ ଚୂଡାନ୍ତ ତାକିଲା ପ୍ରକାଶ ପାଇବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୬ରେ ଚିଠା ଏବଂ ୨୬ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଏଥିପାଇଁ ତ୍ୱରିତ ପ୍ରକ୍ରିୟା ଶେଷ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରିଛି ପଞ୍ଚାୟତିରାଜ ବିଭାଗ । ଆଗାମୀ ୨୦୨୨ ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବ । ତେଣୁ ନିୟମ ଅନୁସାରେ ତା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସାରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

Show More

Related Articles

Back to top button