ଓଡ଼ିଶାଦେଶପୂଜା ପାର୍ବଣଭକ୍ତିମୁଖ୍ୟ ଖବରସ୍ୱତନ୍ତ୍ର

ଆଜିଠୁ ଆରମ୍ଭ ପଞ୍ଚୁକ: ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜିଠୁ ଆରମ୍ଭ ହୋଇଚି ପବିତ୍ର ପଞ୍ଚୁକ ବ୍ରତ। ଏ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଥିବା ବେଳେ, ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଭକ୍ତମାନେ ଶ୍ରୀଜିଉଙ୍କ ଏହି ବେଶ ଦର୍ଶନ କରୁଛନ୍ତି। କାର୍ତ୍ତିକ ମାସର ଶେଷ ଏହି ପାଞ୍ଚଦିନ ସବୁଠାରୁ ପବିତ୍ର ଦିନ। ଯେଉଁ ବ୍ରତଧାରୀମାନେ କାର୍ତ୍ତିକ ବ୍ରତ ପାଳନ କରିନଥାନ୍ତି, ସେମାନେ ଏହି ଶେଷ ପାଞ୍ଚଦିନ କାର୍ତ୍ତିକ ବ୍ରତ ପାଳନ କରି ସମାନ ପୁଣ୍ୟ ଅର୍ଜନ କରିଥାନ୍ତି ବୋଲି ବିଶ୍ୱାସ ରହିଛି। ପ୍ରବଳ ଜନ ସମାଗମ ହୋଇଥିବାରୁ, ଶ୍ରୀମନ୍ଦିର, ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ମରିଚିକୋଟ ଛକଠାରୁ ଅସ୍ଥାୟୀ ବ୍ୟାରିକେଡ଼ କରାଯାଇଛି। ପ୍ରାୟ ୨୬ ପ୍ଲାଟୁନ୍ ପୁଲିସ ଫୋର୍ସଙ୍କ ସହ ବରିଷ୍ଠ ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି। ସିଂହଦ୍ୱାର ଦେଇ ପ୍ରବେଶ ଅନୁମତି ଥିବା ବେଳେ, ପଶ୍ଚିମ ଦ୍ୱାର ବନ୍ଦ ଅଛି। ତେବେ ପ୍ରସ୍ଥାନ ପାଇଁ ଅନ୍ୟ ୨ ଦ୍ୱାର ଦେଇ ଆସିପାରିବେ ଶ୍ରଦ୍ଧାଳୁ। କାର୍ତ୍ତିକ ଶେଷ  ୫ ଦିନରେ ମହାପ୍ରଭୁ ୫ଟି ସ୍ୱତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥାନ୍ତି। ଏକାଦଶୀ ତିଥିରେ ଲକ୍ଷ୍ମୀ ନାରାୟଣ, ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ଓ କାର୍ତ୍ତିକ ପୂର୍ଣ୍ଣିମାରେ ରାଜରାଜେଶ୍ୱର ବା ସୁନାବେଶରେ ମହାପ୍ରଭୁଙ୍କ ଦର୍ଶନ ମିଳିଥାଏ।

Show More

Related Articles

Back to top button