Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ପେଟ୍ରୋଲ-ଡିଜେଲ ମୂଲ୍ୟ ସ୍ଥିର, ଅଶୋଧିତ ତୈଳଦର ବ୍ୟାରେଲ ପିଛା 85 ଡଲାର

ନୂଆଦିଲ୍ଲୀ, 7 ନଭେମ୍ବର – ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 85ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ବ୍ୟାରେଲ ପିଛା 81ଡଲାର ରହିଛି । ତେବେ ସାର୍ବଜନୀନ କ୍ଷେତ୍ରରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ଇଣ୍ଡିଆନ ଅଏଲର ୱେବସାଇଟ ମୁତାବକ ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ତିବା ବେଳେ ଡିଜେଲ ମୂଲ୍ୟ 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76ଟଙ୍କା ଓ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.24ଟଙ୍କା ରହିଛି ।

Show More

Related Articles

Back to top button