Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ +2 ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା

ଭୁବନେଶ୍ବର : ଆଜିଠାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ +୨ ନାମଲେଖା ପାଇଁ  ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ(ସାମ୍ସ) ୱେବ୍‌ସାଇଟ୍‌ରେ ଲଗ୍‌ଇନ୍‌ କରି ଆବେଦନ କରାଯାଇପାରିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ +୨ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ନାମଲେଖା ପାଇଁ ୨୪ ତାରିଖ ଅପରାହ୍ଣ ୨ଟାରୁ ଆବେଦନ ଆରମ୍ଭ ହେବ। ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button