Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ସିଏମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ- ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା । ତାଙ୍କର ନିରୋଗତା ଓ ଦୀର୍ଘାୟୁ କାମନା କରୁଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରୁଛି ।

Show More

Related Articles

Back to top button