Breaking PLUSଦେଶମୁଖ୍ୟ ଖବର

ସିଲକ୍ୟାରା ରେସକ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କଲେ ପିଏମ ମୋଦି

ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଲେ ଆଲୋଚନା

ଡେରାଡୁନ, 21 ନଭେମ୍ବର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରକାଶୀ ସିଲକ୍ୟାରା ସୁଡଙ୍ଗରେ ଫସିରହିଥିବା ଶ୍ରମିକଙ୍କ ସୁରକ୍ଷିତ ଫେରିବାକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ମଙ୍ଗଳବାର ସକାଳେ ଚତୁର୍ଥ ଥା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଏବଂ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସୂଚନା ନେଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସୁଡଙ୍ଗରେ ଫସିରହିଥିବା ଶ୍ରମିକଙ୍କୁ ସୁରକ୍ଷିତ ବାହାର କରିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ ।
ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀଙ୍କ ସହ କଥାବାର୍ତ୍ତା ନେଇ ସୂଚନା ଦେଇଛନ୍ତି ।

Show More

Related Articles

Back to top button