Breaking PLUSଦେଶମୁଖ୍ୟ ଖବର

ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ବୈଠକ କରିଛନ୍ତି । ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ ଏକ ବୈଠକ କରିଥିଲେ । ବାରାଣାସୀରେ ଦୁଇ ଦିନିଆ ଗସ୍ତରେ ଯାଇ ସୋମବାର ଦିନ ପ୍ରାୟ ୩୩୯ କୋଟି ଟଙ୍କା ବ୍ୟୟରେ ନୂତନ ଭାବେ ନିର୍ମିତ କାଶୀ ବିଶ୍ୱନାଥ ଧାମର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଛନ୍ତି ।

ଏହି ବୈଠକରେ ଆସାମ, ଅରୁଣାଚଳ ପ୍ରଦେଶ, ଗୋଆ, ଗୁଜୁରାଟ, ହରିୟାଣା, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମଣିପୁର, ତ୍ରିପୁରା, ଉତ୍ତରପ୍ରଦେଶ, ଏବଂ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ଆଜି ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଗରେ ବିଜେପି ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଉତ୍ତମ ଶାସନ ଉପରେ ଉପସ୍ଥାପନା କରିଥିଲେ । ତେବେ ଆଜି ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ କାଶୀ ବିଶ୍ୱନାଥ ମନ୍ଦିର ପରିଦର୍ଶନ କରିବେ । ସେହିପରି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଡିସେମ୍ବର ୧୫ ରେ ରାମ ଲାଲାଙ୍କ ଦର୍ଶନ ପାଇଁ ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

Show More

Related Articles

Back to top button