ଦେଶସ୍ୱତନ୍ତ୍ର

ବିଜୟା ଦଶମୀରେ ବୃଦ୍ଧି ପାଇଲା ସୁନାଦର,ଦେଖନ୍ତୁ କେଉଁଠି କେତେ ରହିଛି ଦର

ବିଜୟା ଦଶମୀରେ ବୃଦ୍ଧି ପାଇଲା ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୯୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୨୯୦ ଟଙ୍କା ରହିଥିବା ଜଣାପଡିଛି ।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ଥିବାବେଳେ  କୋଲକାତାରେ ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରେକର୍ଡ ହୋଇଛି ।

ସେହିପରି ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୫୦,୩୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Show More

Related Articles

Back to top button