Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ସ୍ଥଳଭାଗ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା !

ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିମି ରହିବ

ସ୍ଥଳଭାଗ ମୁହାଁ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ । ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ରୂପ ନେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ ରହିଛି । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି ।

ଗଞ୍ଜାମର ଗୋପାଳପୁରରୁ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମରେ ଲ୍ୟାଣ୍ଡଫଲ୍ ହୋଇପାରେ । ଏହି ସମୟରେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ରହିବ । ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି ଅଧିକ ପ୍ରଭାବିତ ହେବା ଆଶଙ୍କା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ବତ୍ୟା ପରେ ବନ୍ୟା ଓ ଭୂସ୍ଖଳନ ପରିସ୍ଥିତି ରାୟଗଡ଼ା ଏବଂ କନ୍ଧମାଳ ଜିଲ୍ଲାରେ ଉପୁଜିପାରେ ବୋଲି ସତର୍କ ସୂଚନା ଜାରି ହୋଇଛି ।

ସେପଟେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ଆଜି ଓ ଆସନ୍ତାକାଲି ପାଇଁ ଜିଲ୍ଲାର ସମସ୍ତ ଅଭଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମନା କରିବା ପାଇଁ ହେଡକ୍ୱାର୍ଟରରେ ରହିବା ଲାଗି ସମସ୍ତ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିନା ଅନୁମତିରେ କେହି ହେଡକ୍ୱାର୍ଟ ନ ଛାଡ଼ିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି ।

ସେପଟେ ସମ୍ଭାବ୍ୟ ବତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ଜରୁରୀକାଳୀନ ସହାୟତା ଲାଗି ଟୋଲ ଫ୍ରି ନମ୍ବର ୧୫୫୪ ଜାରି ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ ପ୍ରାୟ ୭୦ କିଲୋମିଟର ବେଗରେ ପବନର ବୋହିବା ସମ୍ଭାବନା ଥିବାରୁ ଆସନ୍ତା ୨୯ ତାରିଖ ପଯର୍ୟନ୍ତ ସମୁଦ୍ରକୁ ନିଯିବା ଲାଗି ସତର୍କ ସୂଚନା ଜାରି ହୋଇଛି । ପାଟ୍ରୋଲିଂ ଜାହାଜ ଏବଂ ଡୋର୍ନିୟର ବିମାନ ସାହାଯ୍ୟରେ ତଟରକ୍ଷୀ ବାହିନୀ ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କ ଉପରେ କଡା ନଜର ରଖିଛି ।

Show More

Related Articles

Back to top button