ଓଡ଼ିଶାମୁଖ୍ୟ ଖବର

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ SRCଙ୍କ ସମୀକ୍ଷା

ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କ ସହ ଏସଆରସି କଥା ହୋଇଛନ୍ତି । ଏସଆରସିଙ୍କ କାର୍ଯ୍ୟାଳୟରେ ଭର୍ଚ୍ଚୁଆଲରେ ସବୁ ଜିଲ୍ଲାପାଳ ଯୋଗ ଦେଇଛନ୍ତି । ସବୁ ଜିଲ୍ଲାପାଳଙ୍କୁ ସତର୍କ ଓ ସଚେତନ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଓଡ୍ରାଫ୍ ଓ ଏନଡିଆରଏଫ୍ ଅଧିକାରୀଙ୍କ ସହ କଥା ହୋଇଛନ୍ତି ଏସଆରସି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗଭୀର ଅବପାତର ରୂପ ନେଇଛି । ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଉଛି । ଗୋପାଳପୁର-ବିଶାଖାପାଟଣା ମଧ୍ୟରେ କଳିଙ୍ଗପଟ୍ଟନମରେ ଏହା ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କି.ମି. ରହିବ ବୋଲି ଆକଳନ କରାଯାଉଛି । ୨୭ ତାରିଖରେ ବାତ୍ୟା ଦୁର୍ବଳ ହୋଇ ପୁଣି ଅବପାତ ହେବ। ଏହାପରେ ମାଲକାନଗିରି ଦେଇ ଛତିଶଗଡ଼ ଅଭିମୁଖେ ଅଗ୍ରସର କରିବ। ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବରୁ ୫୧୦ କି.ମି. ଦୂରରେ ଅବସ୍ଥିତ ରହିଛି । ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Show More

Related Articles

Back to top button