
ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଯଦି ସ୍ଥିତି ସଂଗୀନ ହୁଏ ତା’ହେଲେ କିଭଳି ସମସ୍ୟାର ମୁକାବିଲା କରାଯିବା ସହ ଚାଷୀଙ୍କୁ କିଭଳି ସହାୟତା କରାଯାଇପାରିବ ସେନେଇ ବୈଠକରେ ଗୁରୁତ୍ୱ ଦିଆଯାଇଛି ।