Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, 21 ଫେବୃଆରୀ- ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବୁଧବାର ଭୁବନେଶ୍ବରସ୍ଥିତ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି। ୨୦୨୦ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେଡିରୁ ବିଦା ହେବା ପରଠାରୁ ସେ ବିଜେପି ଆଡ଼କୁ ଢଳିବା ନେଇ ଚର୍ଚ୍ଚା ହେଉଥିଲା।

Show More

Related Articles

Back to top button