Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ଘନେଇଛି ରାଜନୀତି । ମନ୍ତ୍ରୀମଣ୍ଡଳ ସମ୍ପ୍ରସାଣର ପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଇସ୍ତଫା ଦେବାରେ ଲାଗିଛନ୍ତି । ଏହାରି ମଧ୍ୟରେ ଓଡ଼ିଶାର କେନ୍ଦ୍ରମନ୍ତ୍ରୀ ଥିବା ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି । ସେ ବିଭିନ୍ନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଥିଲେ ।

ଏହା ସହ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଇସ୍ତଫା ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ସେହିପରି କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଛନ୍ତି । ଶ୍ରମମନ୍ତ୍ରୀ ଗଙ୍ଗୱାରଙ୍କ ଇସ୍ତଫା ନେଇ ପିଟିଆଇ ସୂତ୍ରରୁ ସୂଚନା ମିଳିଛି । ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ଇସ୍ତଫା ଦେଇଥିବା ସୂଚନା ମିଳିଛି ।

ଏହାଛଡ଼ା ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ମଧ୍ୟ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସଦାନନ୍ଦ ଗୌଡ଼ ମଧ୍ୟ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି ।

Show More

Related Articles

Back to top button