ଓଡ଼ିଶାପାଣିପାଗସ୍ୱତନ୍ତ୍ର

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ,ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା

ଗଭୀର ଅବପାତରେ ଘନୀଭୂତ ହେଉଛି ବଙ୍ଗୋପସାଗର ସୃଷ୍ଟ ଘୂର୍ଣ୍ଣିବଳୟ । ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପଶ୍ଚିମ ଏହା  ସକ୍ରିୟ ରହିଛି । ପରବର୍ତ୍ତୀ ସମୟରେ ଅବପାତ ଆହୁରି ଘନିଭୂତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।ଏନେଇ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବଙ୍ଗୋପସାରରେ ସୃଷ୍ଟ ଲଘୁଚାପ ରାଜ୍ୟରେ ସିଧାସଳଖ ପ୍ରଭାବ ନଥିଲେ ବି, ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଭାରତୀୟ ପାଣିପାଗ ସୂଚନା ଅନୁଯାୟୀ, ଚେନ୍ନାଇର ଦକ୍ଷିଣ ପୂର୍ବକୁ ପ୍ରାୟ 830 କିଲୋମିଟର ଦୂରରେ ବଙ୍ଗୋପସାଗରର ଦକ୍ଷିଣପଶ୍ଚିମ ପ୍ରାନ୍ତରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି । ଅନ୍ୟପଟେ ରାଜ୍ୟରେ ଶୀତ କମିବା ସହ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁଁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ରା ବୃଦ୍ଧି ସହ ରାତ୍ରୀ ତାପମାତ୍ରା ୨ ରୁ ୩ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button