ପୂଜା ପାର୍ବଣଭକ୍ତିସ୍ୱତନ୍ତ୍ର

ଆଜି ମା’ଙ୍କ ଭସାଣୀ ପାଇଁ ଟ୍ବିନ ସିଟିରେ ଜୋରଦାର ପ୍ରସ୍ତୁତି

ଆଜି ଧରାପୃଷ୍ଠରୁ ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ତେବେ ବିସର୍ଜନ ପାଇଁ ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି ।

ଭୁବନେଶ୍ବରରେ ୩ଟି ଭସାଣୀ କମିଟି ରହଛି । ସମସ୍ତ କମିଟି ପାଇଁ ସ୍ୱତନ୍ତ୍ର ରୁଟ ଲାଇନ ବ୍ୟବସ୍ଥା କରାଯାଇଛି । କମିଶନରେଟ ପୋଲିସ ପକ୍ଷରୁ ଭସାଣୀ ପାଇଁ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ୩ ଜଣ ଅତିରିକ୍ତ ଡିସିପି ଭସାଣୀ ଦାୟିତ୍ୱ ରେ ରହିବେ ଏବଂ ଟ୍ରାଫିକ ସମସ୍ୟା ଯେପରି ନ ଉପୁଜେ ସେନେଇ ପୋଲିସ ପକ୍ଷରୁ ଗୁରୁତ୍ବ ଦିଆଯାଇଛି ।

Show More

Related Articles

Back to top button