Breaking PLUSଦେଶମୁଖ୍ୟ ଖବର

ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୭ତମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ରାଜଘାଟଠାରେ ଗାନ୍ଧିଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ପୁଷ୍ପମାଲ୍ୟ ଅର୍ପଣ କରି ଗାନ୍ଧିଜୀଙ୍କୁ ଶ୍ରଦ୍ଧାସୁମନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଦୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍‌ ଅଫ ଡିଫେନ୍ସ ଷ୍ଟାଫ(ସିଡିଏସ) ଏବଂ ତିନି ସେନାର ମୁଖ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ।

Show More

Related Articles

Back to top button