ଓଡ଼ିଶାଦେଶମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ଆସନ୍ତା ୧୦ରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବାପରେ ଦ୍ରୌପଦୀଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ଏନେଇ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଛି । ଡିସିପି ପ୍ରତୀକ ସିଂ ବିମାନ ବନ୍ଦର ଭିତରକୁ ଯାଇ ଯାଞ୍ଚ କରିଛନ୍ତି । ୧୫୦ ଜଣ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି । କେଉଁଠି କେଉଁଠି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ସେ ନେଇ ତଦାରଖ କରାଯାଇଛି । ଓଡ଼ିଶାରୁ ପ୍ରଥମଥର ରାଷ୍ଟ୍ରପତି ଭାବେ ପଦ ମଣ୍ଡନ କରିଛନ୍ତି ଦ୍ରୈପଦୀ ମୁର୍ମୁ । ସେପଟେ ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ମାଟି ଅର୍ଥାତ ନିଜ ରାଜ୍ୟକୁ ଗସ୍ତ କରୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରଥମେ ପୁରୀ ଗସ୍ତ କରି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବାର ବ୍ୟବସ୍ଥା ରହିଛି ।

Show More

Related Articles

Back to top button