Breaking PLUSଦେଶମୁଖ୍ୟ ଖବର

ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ପହଂଚି ଭାରତ ରତ୍ନରେ ସମ୍ମାନିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ ।
ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ ମିଡିଆରେ ଏହି ସୂଚନା ଦିଆଯାଇଛି । ଏହା ଅନୁସାରେ ରାଷ୍ଟ୍ରପତି ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନ ଯାଇ ଭାରତ ରତ୍ନ ପ୍ରଦାନ କରିଛନ୍ତି । ଏହି ଅବସରରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଓ ଆଡଭାନୀଙ୍କ ପରିବାରର ସଦସ୍ୟ ଉପସ୍ଥିତ ଥିଲେ ।

Show More

Related Articles

Back to top button