ଓଡ଼ିଶାବ୍ୟକ୍ତିତ୍ୱମୁଖ୍ୟ ଖବରସ୍ୱତନ୍ତ୍ର

ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ : ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଉପେଲକ୍ଷ ଆଜି ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ଏକ ମିଳିତ ବୈଠକ  ଅନୁଷ୍ଠିତ ହୋଇଛି ।  ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ପ୍ରଶାସନିକ ଓ କଡାକଡି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି ।

ଆସନ୍ତା ୧୯ ତାରିଖ ସଂଧ୍ୟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୨୦ ତାରିଖରେ ଶ୍ରୀ ଚୈତନ୍ୟ ଗୌଡ଼ୀୟ ମଠକୁ ଯିବା ସହ ଶରଧାବାଲିଠାରେ ହେବାକୁ ଥିବା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ଯୋଗଦେବେ। ଏଥିପାଇଁ ସମସ୍ତ ଅଧିକାରୀମାନଙ୍କୁ ନିଜର ଦାୟିତ୍ବ ବଣ୍ଟନ କରାଯାଇଛି। ଶ୍ରୀମନ୍ଦିର ଦର୍ଶନ ସମୟରେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନେ ସମନ୍ୱୟ ଓ ସହଯୋଗ ଭିତ୍ତିରେ କାମ କରିବାକୁ କୁହାଯାଇଛି। ଏ ସମ୍ପର୍କରେ ଆରକ୍ଷୀ ଅଧୀକ୍ଷକ ଡା. କେ. ବିଶାଳ ସିଂହ ସୂଚନା ଦେଇ କହିଛନ୍ତି ଯେ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ପ୍ରାଥମିକତା ଦିଆଯାଇଛି। ୪୦ ପ୍ଲାଟୁନ‌୍ ଫୋର୍ସ ଓ ୨୦୦ରୁ ଅଧିକ ପୁଲିସ ଅଧିକାରୀ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା ଦାୟିତ୍ବରେ ରହିବେ ।

Show More

Related Articles

Back to top button