Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଆଜି ତିନୋଟି ନୂଆ ଟ୍ରେନ ଚଳାଚଳ ଶୁଭାରମ୍ଭ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର, 21 ନଭେମ୍ବର – ମଙ୍ଗଳବାର ଦିନ ରାଷ୍ଟ୍ରପତି ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ । ଏହି ଟ୍ରେନ୍ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍ଘାଟନ କରାଯିବ । ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ । ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ । ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ।

ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ ।ଏହାପରେ ରାଷ୍ଟ୍ରପତି ପୁଟ୍ଟପର୍ତୀ ଗସ୍ତ କରିବେ, ଯେଉଁଠାରେ ସେ ଶ୍ରୀ ସତ୍ୟ ସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

Show More

Related Articles

Back to top button