ଦୁର୍ଘଟଣାଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ସ୍ୱରାଷ୍ଟମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ କେଦାରନାଥରେ ଆଜି ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। କେଦାରନାଥରୁ ଫାଟା ଫେରୁଥିବା ବେଳେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ସମେତ ୭ଜଣଙ୍କର ମୃତ୍ୟୁ ଘଟିଛି। ତେବେ କେଦାରନାଥ ଦୁର୍ଘଟଣାଗ୍ରସ୍ତ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି ଯେ, ଉତ୍ତରାଖଣ୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ସେ ବ୍ୟଥିତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୋକ ପ୍ରକାଶ କରିବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଅକ୍ଟୋବର ୨୧ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

Show More

Related Articles

Back to top button