Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବର

ଭାରତୀୟ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ପୁଟିନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦୀ

ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ସୁରକ୍ଷା ପାଇଁ ଆଜି ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ସୁରକ୍ଷା ପାଇଁ ଆଜି ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୟୁକ୍ରେନ ଉପରେ ଋଷ ଘନ ଘନ ଆକ୍ରମଣ କରୁଥିବା ବେଳେ ଭାରତୀୟମାନେ କିଭଳି ସୁରକ୍ଷିତ ଭାବେ ସ୍ୱଦେଶ ଫେରିବେ ସେ ନେଇ ପ୍ରଧାନମନ୍ତ୍ରୀ ମୋଦୀ ପୁଟିନଙ୍କ ସହ ଆଲୋଚନା କରିବେ ।  ଅନ୍ୟପକ୍ଷରେ ୟୁକ୍ରେନର ୨ୟ ବୃହତ୍ତମ ସହର ଖାରକିବକୁ ଘେରି ରହିଛନ୍ତି ଋଷ ସେନା ।  ରାତି ସାଢେ ୯ଟା ପରେ ହିଁ ଖାରକିବ ଉପରେ ଚୂଡ଼ାନ୍ତ ଆକ୍ରମଣ କରାଯିବ ବୋଲି ରୁଷ ପକ୍ଷରୁ ଭାରତକୁ ସୂଚନା ଦିଆଯାଇଛି । ଏହାକୁ ଭିତ୍ତିକରି ଭାରତୀୟ ଦୂତାବାସ ଭାରତୀୟମାନଙ୍କୁ ତୁରନ୍ତ ସହର ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ । ଏହା ପୂର୍ବରୁ ଫେବ୍ରୁଆରି ୨୪ ତାରିଖ ରାତିରେ ପୁଟିନଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ତୁରନ୍ତ ହିଂସା ବନ୍ଦ ପାଇଁ ପୁଟିନଙ୍କୁ ମୋଦୀ କହିଥିଲେ । ଏହି ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଥିଲେ । ଏଥିସହିତ ୟୁକ୍ରେନରେ ଥିବା ଭାରତୀୟ ନାଗରିକ, ବିଶେଷକରି ଛାତ୍ରଛାତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ମୋଦୀ ପୁଟିନଙ୍କୁ ଅବଗତ କରାଇଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଏହା ସହ ଭାରତୀୟମାନେ କେଉଁଭଳି ସୁରକ୍ଷିତ ଭାବେ ୟୁକ୍ରେନରୁ ଭାରତକୁ ଫେରିବେ ତାହା ଉପରେ ଭାରତ ସର୍ବାଧିକ ଗୁରୁତ୍ୱ ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ । ତେବେ ଆଜି ଆଲୋଚନା ପରେ କ’ଣ ଫଳାଫଳ ବାହାରୁଛି, ତାହା ଦେଖିବାକୁ ବାକି ରହିଲା ।

Show More

Related Articles

Back to top button