Breaking PLUSଓଡ଼ିଶାବିଧାନସଭାମୁଖ୍ୟ ଖବରରାଜନୀତି

୬୦ ବିଧାୟକଙ୍କ ପ୍ରସ୍ତାବ

ନୂଆ ଥାନା ଓ ଫାଣ୍ଡି ପାଇଁ ୪୦ ବିଧାୟକଙ୍କ ଉଦବେଗ

ନୂଆ ଥାନା ଓ ଫାଣ୍ଡି ଖୋଲିବା ନେଇ ବିଧାନସଭାରେ ଉଦବେଗ । ୬୮ଟି ନୂଆ ଥାନା, ୧୦୩ଟି ଫାଣ୍ଡି ଓ ୩ ଥାନାର ନବୀକରଣ କରିବା ପାଇଁ ୬୦ଜଣ ବିଧାୟକମାନେ ପ୍ରସ୍ତାବ ଦେଇଥିଲେ । ବାଚସ୍ପତି ରୁଲିଂ ପରେ ବି ଏହା କାର୍ଯ୍ୟକାରୀ ହେଉ ନଥିବାରୁ ଆଜି ଗୃହରେ ଉଦବେଗ ପ୍ରକାଶ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ସେହିପରି ନୟାଗଡ଼ ରଣପୁର ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧାନ ମଧ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି । ପ୍ରଶ୍ନକାଳରେ ସେ କହିଥିଲେ, ରାଜ୍ୟରେ ଥାନା ଓ ଫାଣ୍ଡିର ଅଭାବ ରହିଛି । ବଢୁଛି ଅସାମାଜିକ କାର୍ଯ୍ୟକଳାପ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗୁଡୁଛି ବୋଲି ରଣପୁର ବିଧାୟକ କହିଥିଲେ ।

ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ ୪୦ ବିଧାୟକଙ୍କ ଉଦବେଗକୁ ଦେଖି ରୁଲିଂ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ସେ ପୋଲିସ ଡିଜି, ଡିଆଇଜି କ୍ରାଇମବ୍ରାଞ୍ଚ ଓ ଗୃହ ସଚିବଙ୍କୁ ଡାକି ଆଲୋଚନା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ପ୍ରଶ୍ନକାଳ ସରିବା ପରେ ବୈଠକ ଡାକି ଆଲୋଚନା କରିବା ସହ ଗୃହରେ ଏକ ବିବୃତି ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Show More

Related Articles

Back to top button