Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆଜି ଚୈତ୍ର କୃଷ୍ଣ ତୃତୀୟ ତିଥିରେ ଶ୍ରୀଜିଉ ମାନଙ୍କ 'ବନକଲାଗି' ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ପରେ ଅପରାହ୍ଣ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବନ୍ଦ ରହିବ

ଆଜି ଚୈତ୍ର କୃଷ୍ଣ ତୃତୀୟ ତିଥିରେ ଶ୍ରୀଜିଉ ମାନଙ୍କ ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ପରେ ଅପରାହ୍ଣ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ ।

ଏହା ଗୁପ୍ତ ନୀତି ହୋଇ ଥିବାରୁ ଦ୍ୱି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରୁହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

Show More

Related Articles

Back to top button