Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ

ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।

ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।
ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ ପରିବାରକୁ ମହାପ୍ରଭୁଙ୍କୁ ଦର୍ଶନ ଅନୁମତି ମିଳିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହି ଦୁଇ ଦିନ ପରେ ପୁରୀ ସହରବାସୀଙ୍କୁ ଦର୍ଶନ ସୁବିଧା ମିଳିବ। ସକାଳୁ ସନ୍ଧ୍ୟାଯାଏ ବିଭିନ୍ନ ୱାର୍ଡ ବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଅନୁମତି ମିଳିବ ବୋଲି ଜିଲ୍ଲାପାଳ କହିଛନ୍ତି।

ପ୍ରଥମେ ୫ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ଦିଆଯିବ। ପରେ ସ୍ଥିତି ଦେଖି ସଂଖ୍ୟା ବୃଦ୍ଧି କରାଯିବ। କେବଳ ସେତିକି ନୁହେଁ, ଶ୍ରୀମନ୍ଦିରରେ ପ୍ରବେଶ ପୂର୍ବରୁ କୋଭିଡ୍‌ ନେଗେଟିଭ୍ ଦେଖାଇବାକୁ ପଡ଼ିବ ବୋଲି ସର୍ତ୍ତ ରଖାଯାଇଛି । ନୂଆବର୍ଷରେ ଭିଡ଼ ବଢ଼ିବା ଆଶଙ୍କା ଥିବାରୁ ଜାନୁଆରି ୧ ଓ ୨ ତାରିଖରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ବନ୍ଦ ରଖାଯିବ। ଜାନୁଆରି ୩ରୁ ପୁରୀ ସହ ଜିଲ୍ଲା ତଥା ରାଜ୍ୟ ବାହାର ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଦୈନିକ ୫ ହଜାର ଭକ୍ତଙ୍କୁ ଦର୍ଶନ ସୁଯୋଗ ମିଳିବ। ସପ୍ତାହେ ଧରି ଅର୍ଥାତ୍‌ ଜାନୁଆରି ୩ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷାମୂଳକ ଦର୍ଶନ ଚାଲିବ। ସ୍ଥିତି ଭଲ ରହିଲେ, ଦ୍ବିତୀୟ ସପ୍ତାହରୁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି କରାଯିବ ବୋଲି ଜଣାଯାଇଛି।

Show More

Related Articles

Back to top button