Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ମହାପ୍ରଭୁଙ୍କ ବନକଲାଗି

ଭୁବନେଶ୍ୱର- ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାରରେ ବ୍ୟବହାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ , ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହେ।

Show More

Related Articles

Back to top button