Breaking PLUSଓଡ଼ିଶାମୁଖ୍ୟ ଖବର

ଦୁଇ ଦିନ ବର୍ଷିବ, ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଏହି ସବୁ ଜିଲ୍ଲାକୁ ଆଲର୍ଟ

() ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା । ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏପରି ବର୍ଷା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ। ୨୭ ତାରିଖ ଠାରୁ ବର୍ଷାର ପ୍ରକୋପ କମିବ।

ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛ ଏବଂ ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ।

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

Show More

Related Articles

Back to top button