Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡବର୍ଷା

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

() 24 ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ରବିବାର ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Show More

Related Articles

Back to top button