Breaking PLUSଓଡ଼ିଶାମୁଖ୍ୟ ଖବର

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ଵର- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ୨୪ ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ୨୫ ରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅନ୍ୟପକ୍ଷରେ ଆଜି ଅର୍ଥାତ୍ ୧୯ ଅକ୍ଟୋବରରେ, ସାରା ଦେଶରୁ ଅପସାରଣ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button