Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ଼

ଭୁବନେଶ୍ଵର, ୫ ନଭେମ୍ବର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତଃ ମେଘୁଆ ଓ କୋହଲା ରହିବା ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି ।

ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ସର୍ବାଧିକ ୬୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର କୋରାପୁଟରେ ୫୩.୦ ମି.ମି., ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୩୯.୦ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୩୮.୦ ମି.ମି., ଯାଜପୁର ଜିଲ୍ଲାର ଯାଜପୁରରେ ୩୫.୫ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୩୪.୦ ମି.ମି., ଅନୁଗୁଳ ଜିଲ୍ଲାର ତାଳଚେରରେ ୩୦.୦ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button