Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

୧୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ମତ୍ସ୍ୟଜିବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଆଜି ଓଡିଶାର ୧୭ ଜିଲ୍ଲା ପାଇଁ ଘଡଘଡି ସହ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଖୋର୍ଦ୍ଧା,  କଟକ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ , ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ବାଲାଙ୍ଗୀରରେ  ବଜ୍ରପାତ ସହ ହାଲୁକା ଏବଂ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦେଇଛି । ଆଜି ଏବଂ ଆସନ୍ତା କାଲି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜିବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Show More

Related Articles

Back to top button