ଓଡ଼ିଶାପାଣିପାଗ

ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ଲାଗିରହିବ ବର୍ଷା

ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଦୂର୍ବଳ ହୋଇଥିବାବେଳେ ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅକ୍ଟୋବର ୬ ଗୁରୁବାର ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲା ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ । ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ୩ଟି ଜିଲ୍ଲା ଗଜପତି, ଗଞ୍ଜାମ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ସେହିପରି ଅକ୍ଟୋବର ୮, ୯ ଓ ୧୦ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Show More

Related Articles

Back to top button