Breaking PLUSଓଡ଼ିଶାମୁଖ୍ୟ ଖବର

ପବିତ୍ର ଅକ୍ଷୟ ତୃତୀୟାରେ ହେବ ରଥକାଠ ଅନୁକୂଳ

ପୁରୀ- ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଅପରାହ୍ନ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ।
ଅନ୍ୟପଟେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅପରାହ୍ନ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ସୁବର୍ଣ୍ଣ କୁରାଢୀରେ ତିନି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯିବା ନେଇ ସୂଚନା ମିଳିଛି। ଚଳିତ ଥର ଚନ୍ଦନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button