Breaking PLUSଓଡ଼ିଶାମୁଖ୍ୟ ଖବର

ରାୟଗଡ଼ାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ରାୟଗଡ଼ାର ୮ଲକ୍ଷ ୩୦ହଜାର ଲୋକ ପାଇବେ ସ୍ମାର୍ଟ କାର୍ଡ଼ର ସୁବିଧା । ଏହାସହ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ।

ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଲେ, ଜନଜାତି ଭାଇଭଉଣୀମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି । ଜିଲ୍ଲାରେ ମା’ମାନେ ୪୦୦୦ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ନିଜକୁ ସକ୍ଷମ କରିପାରିଛନ୍ତି । ରାୟଗଡ଼ାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫଟ ପ୍ରକଳ୍ପ ଶେଷ ହୋଇଛି । ଏହାଦ୍ୱାରା ଗୁଣୁପୁର ବ୍ଲକର ୧୦୦୦ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାୟଗଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ଲକ୍ଷ ୩୦ହଜାର ଲୋକ ସ୍ମାର୍ଟ କାର୍ଡ଼ ପାଇବେ । ଯାହାଦ୍ୱାରା ସେମାନଙ୍କ ବଡ଼ ସମସ୍ୟା ଦୂର ହୋଇପାରିବ । ଆର୍ଥିକ ସମସ୍ୟାରୁ ମୁକ୍ତ ହେବା ସହ କାର୍ଡ଼ ଖଣ୍ଡିଏ ଧରି ଦେଶର ୨ଶହ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ସାଂସଦ ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ଼ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି କହିଥିଲେ ।

Show More

Related Articles

Back to top button