Breaking PLUSଓଡ଼ିଶାମୁଖ୍ୟ ଖବର

ମହାପ୍ରଭୁଙ୍କ ଦର୍ଶନ କଲେ RBI ଗଭର୍ଣ୍ଣର

ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଏହାପରେ ତାଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଆଯାଇଥିଲା ।

ମହାପ୍ରଭୁଙ୍କ ଦର୍ଶନ କରିବା ପରେ ବେଢ଼ା ପରିକ୍ରମା କରି ମା’ ବିମଳା, ମା’ ମହାଲକ୍ଷ୍ମୀ ଓ ବଟ ଗଣେଶଙ୍କୁ ଦର୍ଶନ କରିଥିଲେ । ଏହାସହ ଶ୍ରୀମନ୍ଦିର ଐତିହ୍ୟ କରିଡ଼ରକୁ ନେଇ ପରିଚାଳନା କମିଟିର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ । ପରିବାର ସହ ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍ ଭାବବିହ୍ୱଳ ହୋଇପଡ଼ିଛନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ, ନାଗାର୍ଜୁନ ବେଶର ପଟ୍ଟଚିତ୍ର ଓ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତିର ସ୍ମାରକୀ ଉପହାର ଦିଆଯାଇଥିଲା ।

Show More

Related Articles

Back to top button