ଦେଶ ବିଦେଶ
ରେକର୍ଡ ଭାଙ୍ଗୁଛି ମହାମାରୀ; ୨୪ ଘଣ୍ଟାରେ ୪୯ ହଜାର ୯୩୧ ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ୪୯,୯୩୧ଜଣ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୭୦୫ଜଣ ମୃତ୍ୟୁବରଣ କରିଛନ୍ତି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୪,୩୫,୪୫୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି।
ନୂଆଦିଲ୍ଲୀ: ଦେଶରେ ପ୍ରତିଦିନ ମହାମାରୀ କୋରୋନା ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୯,୯୩୧ଜଣ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୭୦୫ଜଣ ମୃତ୍ୟୁବରଣ କରିଛନ୍ତି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୪,୩୫,୪୫୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯,୧୭,୫୬୭ ଜଣ ସୁସ୍ଥ ହୋଇଥିବା ବେଳେ ୩୨,୭୭୧ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏ ନେଇ ପ୍ରତିଦିନ ପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।