ଓଡ଼ିଶାସ୍ୱତନ୍ତ୍ର

ଆଜି ୧୨ଘଣ୍ଟା ପାଇଁ ରେଢାଖୋଲ ବନ୍ଦ

ସଂପ୍ରସାରଣ ଦାବିରେ ଆଜି ସମ୍ବଲପୁର- ଅନୁଗୋଳ ୫୫ଜାତୀୟ ରାଜପଥର ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ ଡାକରା । ରେଢାଖୋଲ ନାଗରିକ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ନିର୍ଦ୍ଦେଶ । ବନ୍ଦ ଯୋଗୁ ସହରର ସମସ୍ତ ଦୋକାନ ବଜାର ବନ୍ଦ ଥିବା ବେଳେ ଗାଡିମୋଟର ଚଳାଚଳ ମଧ୍ୟ ବନ୍ଦ ରହିଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତା ଅବରୋଧ କରିଥିବା ସାମ୍ନାକୁ ଆସିଛି ।

ସୂଚନା ଥାଉ, ୨୦୧୬ ମସିହାରୁ ଚାରି ଥାକିଆ ରାସ୍ତା କାମ ଆରମ୍ଭ ହୋଇଥିବା ବେଳେ ଏହାର ନିର୍ମାଣ କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ପୁରୁଣା ରାସ୍ତା ମରାମତି ସହ ନୂଆ ରାସ୍ତାକାମ ତ୍ୱରାନ୍ବିତ କରିବାକୁ ବାରମ୍ବାର ଦାବି ହେଉଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ବର୍ଷା ଯୋଗୁ ରାସ୍ତାର ଅବସ୍ଥା ବେହାଲ୍ ହୋଇପଡିଛି । ଏହାକୁ ପ୍ରତିବାଦ କରି ଏହି ବନ୍ଦ ଡାକରା ଦିଆଯାଇଛି।

Show More

Related Articles

Back to top button