Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ କଟକଣା ଲାଗୁ

ପୁରୀ- ଆଜି ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ କଟକଣା ଲାଗୁହୋଇଛି । ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ସହ ଗାଡ଼ିମୋଟର ଚଳାଚଳରେ କଟକଣା ଲଗାଯାଇଛି। ଭୁବନେଶ୍ବର, କୋଣାର୍କ ଓ ବ୍ରହ୍ମଗିରି ପାର୍ଶ୍ବରୁ ଆସୁଥିବା ଗାଡ଼ିମୋଟରର ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପଣ ହୋଇଛି। ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖରେ ଶ୍ରୀମନ୍ଦି‌େର‌ ଅଧିକ ଭିଡ଼ ହେବ ବୋଲି ସମ୍ଭାବନା ରହିଛି। ଏଥିପାଇଁ ଆଜି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ପ୍ରଶାସନର ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନଠାରୁ ମିଳିଥିବା ସୂଚନା ମୁତାବକ, ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ, ଦୁଇଦିନ ଧରି ଶ୍ରୀମନ୍ଦିରରେ ଭକ୍ତମାନେ ଚାରିଦ୍ବାର ବଦଳରେ କେବଳ ସିଂହଦ୍ବାରରେ ପ୍ରବେଶ କରିବେ।

Show More

Related Articles

Back to top button