ଖେଳଦେଶ

ବିସିସିଆଇର ନୂଆ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ରୋଜର ବିନ୍ନି ହେଲେ ବିସିସିଆଇର ନୂଆ ଅଧ୍ୟକ୍ଷ । ବିସିସିଆଇକୁ ମିଳିଲା ନୂଆ ବସ୍।  ଆଜି ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡର ବାର୍ଷିକ ସାଧାରଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ସୌରଭ ଗାଙ୍ଗୁଲିଙ୍କ ପରେ ଏବେ ରୋଜର୍ ବିନ୍ନିଙ୍କ ନାଁରେ ସମସ୍ତ ବୋର୍ଡର ସଦସ୍ୟ ମୋହର ମାରିଛନ୍ତି।ନିର୍ଦ୍ୱନ୍ଦ୍ୱରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ବିନ୍ନି।

ଏହି ବୈଠକରେ ସାମିଲ ରହିଥିଲେ ବସିସିଆଇ ସଚିବ ଜୟ ଶାହ, ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି, ଉପାଧ୍ୟକ୍ଷ ରାଜୀବ ଶୁକ୍ଲା, କୋଷାଧ୍ୟକ୍ଷ ଅରୁଣ ସିଂହ ଧୁମଲ ଓ ପୂର୍ବତନ ଭାରତୀୟ କ୍ରିକେଟର୍ ରୋଜର ବିନ୍ନି।୬୭ ବର୍ଷୀୟ ବିନ୍ନି ଭାରତର ପୂର୍ବତନ କ୍ୟାପଟେନ୍ ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେଇଛନ୍ତି। ବିନ୍ନି ବିସିସିଆଇ ଅଧ୍ୟକ୍ଷ ପାଇଁ ନାମାଙ୍କନ ଦାଖଲ କରିଥିବା ଏକମାତ୍ର ପ୍ରତିଦ୍ୱନ୍ଦ୍ୱି ଥିଲେ। ଏହାପୂର୍ବରୁ ବିନ୍ନି କର୍ଣ୍ଣାଟକ ରାଜ୍ୟ କ୍ରିକେଟ୍ ଆସୋସିଏସନର ସଭାପତି ଥିଲେ ଏବଂ ସେ ବିସିସିଆଇ ସଭାପତି ହେବା ପରେ ବର୍ତ୍ତମାନ ରାଜ୍ୟ କ୍ରିକେଟ୍ ଆସୋସିଏସନର ସଭାପତି ପଦରୁ ଇସ୍ତଫା ଦେବେ।

 

Show More

Related Articles

Back to top button