Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବାଲେଶ୍ୱରରେ ସଚିନ ପାଇଲଟଙ୍କ ପ୍ରଚାର

ବାଲେଶ୍ୱର- ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସଚିନ ପାଇଲଟ ।

ପାଇଲଟ କହିଛନ୍ତି, ଓଡିଶାରେ ଭାଜପା ଓ ବିଜେଡି ଏକ ହୋଇଛନ୍ତି । ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ବାର୍ଥ ଓ ବିକାଶ କାମ ବାଟବଣା ହେଉଛି ବୋଲି କହିଛନ୍ତି ସଚିନ ପାଇଲଟ । ସେହିପରି ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଦେଶର ୪ଟି ପର୍ଯ୍ୟାୟ ମତଦାନ ପରେ ଏନଡିଏ ବ୍ୟାକଫୁଟକୁ ଚାଲିଯାଇଛି । ବାଲେଶ୍ୱରର ଏମପି ଶ୍ରୀକାନ୍ତ ଜେନା ଥିବା ସମୟରେ ଅଞ୍ଚଳରେ ବିକାଶ ହୋଇଥିଲା । କିନ୍ତୁ ଗତ ୧୦ ବର୍ଷ ହେଲା ବାଲେଶ୍ୱରର ବିକାଶ କାମ ଠପ ହୋଇପଡିଛି । ତେଣୁ ଏଥର ଶ୍ରୀକାନ୍ତ ଜେନା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବାକୁ ସେ ଭୋଟରଙ୍କୁ ଅପିଲ କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button